ଭୁବନେଶ୍ୱର, ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆଜି ରାଜଧାନୀରେ ୪ଟି ସ୍ଥାନ କେଂଟନମେଂଟ ଘୋଷିତ ହୋଇଛି । ଆଜି ରାଜଧାନୀର ନୟାପଲ୍ଲୀ ଓ ଭୀମପୁରରେ ଗୋଟିଏ ଲେଖାଏଁ ଏବଂ ଶ୍ରୀକ୍ଷେତ୍ର ବିହାରରେ ଦୁଇଟି ସ୍ଥାନକୁ କେଂଟନମେଂଟ ଘୋଷଣା କରାଯାଇଛି । ବିଏମସି ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଗୋଟିଏ ସ୍ଥାନରୁ ଏକାଧିକ ସଂକ୍ରମିତ ଚିହ୍ନଟ ପରେ ବିଏମସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା ନେଇ ସୂଚନା ଦିଆ ଯାଇଛି ।