ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୮୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୯୭୭୩ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୨୫୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୫୧୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୭୩୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୮୯୭ ଜଣଙ୍କ ମଧ୍ୟରୁ ୧୧୦୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୭୯୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୬୬୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୩, ବାଲେଶ୍ୱର ଜିଲ୍ଲାରୁ ୧୦୦ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୧୪୮ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୨, ଗଂଜାମ ଜିଲ୍ଲାରେ ୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୯, ଯାଜପୁରରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୬୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୧,କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୩୧ , ଖୋର୍ଦ୍ଧାରୁ ୬୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୫ ଜଣ ଓ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୫୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୬୨, ଷ୍ଟେଟ୍ ପୁଲରୁ ୧୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।