ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୧ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୬୮ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।