
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୨୭୦୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୨୪୭୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୭୧୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୨୩୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୨୭୦୩ ଜଣଙ୍କ ମଧ୍ୟରୁ ୧୫୭୯ଜଣ ସଂଗରୋଧରୁ ହୋଇଥିବା ବେଳେ ୧୧୨୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୨୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୭, ବାଲେଶ୍ୱର ଜିଲ୍ଲାରୁ ୭୩ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୭୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୫୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୭, କଟକରୁ ୧୯୧ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୯, ଗଂଜାମ ଜିଲ୍ଲାରେ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩, ଯାଜପୁରରୁ ୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୩,କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୩୩ , ଖୋର୍ଦ୍ଧାରୁ ୯୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୯ ଜଣ ଓ ମାଲକାନଗିରି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୫୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୪୫୪, ଷ୍ଟେଟ୍ ପୁଲରୁ ୨୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।