ରାୟପୁର, ଛତିଶଗଡରେ ଗତ ୨୪ ଘଂଟାରେ କରୋନାର ୨,୮୨୮ ଟି ନୂଆ ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୬୮୪, ହୋଇଛି ।
ଆସାମରେ କରୋନାର ୧,୧୬୭ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୧୬୭ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୬୦୧ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୮,୯୮୧ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୮,୯୮୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୦,୮୧୭ହୋଇଛି ।