ଭୁବନେଶ୍ୱର – ରାଜ୍ୟରେ ଗୋଟିଏ ଦିନରେ ୪୭୧୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୦୮୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୨୩୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୬୧୧୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୭୧୪ ଜଣଙ୍କ ମଧ୍ୟରୁ ୨୭୫୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୯୫୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୬୧୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୨୨, ବାଲେଶ୍ୱର ଜିଲ୍ଲାରୁ ୧୨୩ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୯୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୬, କଟକରୁ ୩୬୦ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୩୨, ଗଂଜାମ ଜିଲ୍ଲାରେ ୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୩, ଯାଜପୁରରୁ ୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୧୩,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪୩ , ଖୋର୍ଦ୍ଧାରୁ ୧୬୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୩୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୪୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୪୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୬୬୨, ଷ୍ଟେଟ୍ ପୁଲରୁ ୩୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।