ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୮୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୫୬୯୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୪୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୬୧୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୫୬୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୮୨୯ ଜଣଙ୍କ ମଧ୍ୟରୁ ୨୮୨୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୦୦୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୯୩୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୬୯, ବାଲେଶ୍ୱର ଜିଲ୍ଲାରୁ ୨୧୦ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୮୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୬୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୬, କଟକରୁ ୪୦୧ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୩୨, ଗଂଜାମ ଜିଲ୍ଲାରେ ୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୪୬, ଯାଜପୁରରୁ ୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୮୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୪୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୮ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୬୩ , ଖୋର୍ଦ୍ଧାରୁ ୯୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୭୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୫୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୩୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮୬୯, ଷ୍ଟେଟ୍ ପୁଲରୁ ୨୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।