
ଭୁବନେଶ୍ୱର,ବିଶିଷ୍ଟ ସାହିତ୍ୟିକ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି ବିଶିଷ୍ଟ ସାହିତ୍ୟିକ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ । ଗଳ୍ପ, କବିତା, ନାଟକ, ଶିଶୁ ସାହିତ୍ୟ ସହ ସମ୍ବଲପୁରୀ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ । ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଉଛି ।