
ଭୁବନେଶ୍ୱର, ଓଡ଼ିଆ ସିନେଜଗତର ପ୍ରଖ୍ୟାତ ଅଭିନେତା ମିହିର ଦାସଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଗଭୀର ଶୋକ ପ୍ରକଟ କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାନ୍ତ୍ୱନା ଜଣାଇଛନ୍ତି । ସ୍ୱର୍ଗତ ଦାସ ଜଣେ ଶୀର୍ଷ ସ୍ତରର କଳାକାର ଭାବେ ନିଜର ଅନନ୍ୟ ଅଭିନୟ କଳା ପାଇଁ ସବୁରି ହୃଦୟରେ ରହିବେ ବୋଲି ରାଜ୍ୟପାଳ ପ୍ରକାଶ କରିଛନ୍ତି ।