ଭୁୁବନେଶ୍ୱର, ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ଦେହାନ୍ତରେ ପଚଂ ।ୟତିରାଜ ,ପାନୀୟ ଜଳ, ଆଇନ ,ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀ ଜେନା ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ ପୂର୍ବତନ ମନ୍ତ୍ରୀ ଦୁର୍ଯ୍ୟୋଧନ ମାଝୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ।ନୂଆପଡ଼ା ଜିଲ୍ଲା ଖଡ଼ିଆଳ ନିର୍ବାଚନ ମଣ୍ଡଳୀରୁ ୫ ଥର ବିଧାୟକ ଥିଲେ ଦୁର୍ୟ୍ୟୋଧନ ମାଝୀ । ରାଜ୍ୟରେ ସୂଚନା ଓ ଲୋକସମ୍ପର୍କ, ସ୍ୱାସ୍ଥ୍ୟ, ଯୋଜନା ଓ ସମନ୍ୱୟ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ବି ଥିଲେ । ନିଜ ଅଂଚଳର ବିକାଶ ତଥା ଆଦିବାସୀଙ୍କ କଲ୍ୟାଣ କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।