
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୭୦୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୮୨୭୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୦୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୦୩୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୭୨୧୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୭୦୭୧ ଜଣଙ୍କ ମଧ୍ୟରୁ ୪୧୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯୪୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୨୨୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୮୩, ବାଲେଶ୍ୱର ଜିଲ୍ଲାରୁ ୧୯୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୨୦, କଟକରୁ ୫୦୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୪୫, ଗଂଜାମ ଜିଲ୍ଲାରେ ୧୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୦, ଯାଜପୁରରୁ ୧୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୧୮ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୬୫ , ଖୋର୍ଦ୍ଧାରୁ ୨୨୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୦୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୯୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୫୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୬୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୬୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୧୪୭, ଷ୍ଟେଟ୍ ପୁଲରୁ ୪୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।