ଭୁବନେଶ୍ୱର, ରେଳ ସୁରକ୍ଷା ବଳ (ଆରପିଏଫ୍) କନଷ୍ଟେବଲ୍ ଚାକିରୀ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବା ନେଇ କେତେକ ସାମାଜିକ ଗଣମାଧ୍ୟମ ଏବଂ ୱେବ ନ୍ୟୁଜ ପ୍ରକାଶ କରିଛନ୍ତି । ଏହାକୁ ବିପୁଳ ଭାବେ ସେମାନଙ୍କ ପୋର୍ଟାଲ ମାଧ୍ୟମରେ ପ୍ରସାର କରାଯାଉଥିବା ରେଳବାଇ ପ୍ରଶାସନ ନଜରକୁ ଆସିଛି । ରେଳବାଇ ଏବଂ ପ୍ରେସ ଇନଫରମେସନ୍ ବ୍ୟୁରୋ ଦ୍ୱାରା ହୋଇଥିବା ଫ୍ୟାକ୍ଟ ଚେକ୍ ବା ତଦନ୍ତ ଉପରେ ଏହା ଦେଖାଯାଇଛି ଯେ ଏହା ସମ୍ପୂର୍ଣ୍ଣ ନକଲି ଏବଂ ଆରପିଏଫ୍ କିମ୍ବା ରେଳବାଇ ଦ୍ୱାରା କୌଣସି ନିଯୁକ୍ତି ବିଜ୍ଞାପନ / ବିଜ୍ଞପ୍ତି ପ୍ରକାଶ କରାଯାଇ ନାହିଁ ।
ପୂର୍ବ ତଟ ରେଳବାଇରେ କିମ୍ବା ରେଳବାଇ ସୁରକ୍ଷା ବଳ ଚାକିରି ଯୋଗାଇଦେବାକୁ କହୁଥିବା ଦଲାଲ ମାନଙ୍କ ଜାଲରେ ନ ପଡ଼ିବା ପାଇଁ ଚାକିରି ଆଶାୟୀ ମାନଙ୍କୁ ରେଳବାଇ ପକ୍ଷରୁ ନିବେଦନ କରାଯାଇଛି । ନିକଟ ଅତୀତରେ ରେଳ ପ୍ରଶାସନର ଅନେକ ମାମଲା ସାମ୍ନାକୁ ଆସିଛି । ରେଳବାଇ ପକ୍ଷରୁ ରେଲୱେ ଚାକିରି ପାଇବାକୁ ଦଲାଲ ମାନଙ୍କ ଜାଲରେ ଶିକାର ନହେବାକୁ ପରାମର୍ଶ ଦିଆଯାଇଛି । ଯୋଗ୍ୟତା ଏବଂ ପରିଶ୍ରମ ଦ୍ୱାରା ଚାକିରି ପାଆନ୍ତୁ । ରେଳବାଇ ବୋର୍ଡ କିମ୍ବା ରେଳବାଇ ନିଯୁକ୍ତି ବୋର୍ଡ କିମ୍ବା ରେଳ ମନ୍ତ୍ରଣାଳୟ ନିଯୁକ୍ତି ପାଇଁ କୌଣସି ତୃତୀୟ ପକ୍ଷ ଏଜେଂଟ କିମ୍ବା ଆଉଟସୋର୍ସିଂ ଏଜେନ୍ସିକୁ ମନୋନୀତ କରାଯାଏ ନାହିଁ ।
ସର୍ବଦା ରେଳବାଇ ନିଯୁକ୍ତି ବୋର୍ଡ, ରେଳବାଇ ନିଯୁକ୍ତି ସେଲ ଏବଂ ଅଫିସିଆଲ୍ ୱେବସାଇଟ୍ ଯାଂଚ କରନ୍ତୁ ଏବଂ ଖବରକାଗଜରେ ଏବଂ ଏମ୍ପେ୍ଲାୟମେଂଟ ନ୍ୟୁଜ ରେ ବୋର୍ଡ ଦ୍ୱାରା ପ୍ରକାଶିତ ବିଜ୍ଞାପନ ଅନୁସରଣ କରନ୍ତୁ । କେବଳ ରେଳବାଇର ଅଫିସିଆଲ୍ ୱେବସାଇଟ୍ ଅନୁସରଣ କରନ୍ତୁ ।
ଯଦି କେହି ରେଳବାଇରେ ଚାକିରି ଯୋଗାଇଦେବାକୁ ପ୍ରତିଶୃତି ଦେଇ ଲାଂଚ ମାଗଲେ କିମ୍ବାଦୁର୍ନୀତି ସମ୍ବନ୍ଧରେ କୌଣସି ସୂଚନା ପାଇଲେ ପୂର୍ବତଟ ରଲାପଥର ଭିଜିଲାନ୍ସ ହେଲ୍ପଲାଇନ ନମ୍ବର ୮୪୫୫୮୮୫୦୩୧ ରେ ସୂଚନା ଦେବାକୁ ରେଳବାଇ ପକ୍ଷରୁ କୁହାଯାଇଛି ।