ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୭୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୧୫୪୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୯୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୭୮୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୨୪୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୭୭୮ ଜଣଙ୍କ ମଧ୍ୟରୁ ୫୦୯୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬୮୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୬୧୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୦୭, ବାଲେଶ୍ୱର ଜିଲ୍ଲାରୁ ୨୩୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧୨, କଟକରୁ ୭୬୬ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୭୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୭୨, ଗଂଜାମ ଜିଲ୍ଲାରେ ୧୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧୪, ଯାଜପୁରରୁ ୧୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୮୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨୦ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୯୫ , ଖୋର୍ଦ୍ଧାରୁ ୨୬୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୬୧ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୭୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୬୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୬୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୫୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୨୫୧, ଷ୍ଟେଟ୍ ପୁଲରୁ ୫୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।