ଭୁବନେଶ୍ୱର, ଆସନ୍ତା ୧୫ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ଓ କୁଆପଥର ସହ ପ୍ରଭବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ,ବୌଦ୍ଧ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ, କୁଆପଥର ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର,ସମ୍ବଲପୁର , ଢ଼େଙ୍କାନାଳ, ଖୋର୍ଧା, ପୁରୀ, କଟକ ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ଆଶଙ୍କା ରହିଛି । ଏହି ଜିଲ୍ଲା ଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଜାନୁଆରୀ ୧୪ରୁ ୧୫ ତାରିଖ ମଧ୍ୟରେ ବାଲେଶ୍ୱର , ଭଦ୍ରକ, ଯାଜପୁର ,କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡ, ଖୋର୍ଦ୍ଧା , ପୁରୀ, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ , ଢେଙ୍କାନାଳ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।