ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୭୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦୧୬୦୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୭୨ ଓ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୭୩୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୪୩୪୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୦୦୫୯ ଜଣଙ୍କ ମଧ୍ୟରୁ ୫୮୩୩ଜଣ ସଂଗରୋଧରୁ ହୋଇଥିବା ବେଳେ ୪୨୨୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୧୮୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୪୬, ବାଲେଶ୍ୱର ଜିଲ୍ଲାରୁ ୨୭୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୩୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧୫, କଟକରୁ ୮୭୦ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୮୨, ଗଂଜାମ ଜିଲ୍ଲାରେ ୧୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୪୨, ଯାଜପୁରରୁ ୨୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୩୬ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୦୯ , ଖୋର୍ଦ୍ଧାରୁ ୩୧୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୫୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୪୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୨୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୦୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୬୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨୭୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୫୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୩୪୮, ଷ୍ଟେଟ୍ ପୁଲରୁ ୭୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।