ଭୁବନେଶ୍ୱର, କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକା କରୋନା ସଂକ୍ରମିତ ହୋଇଛନ୍ତି । ସେ ନିଜେ ଟ୍ୱିଟ କରି ସେ ଏହି ସୂଚନା ଦେଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ ସାମାନ୍ୟ ଲକ୍ଷଣଯୁକ୍ତ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି । ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରହିବା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି ।’