ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୦୨୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୧୧୮୭୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୬୫ ଓ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୧୭୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୧୭୧ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୦୨୭୩ ଜଣଙ୍କ ମଧ୍ୟରୁ ୫୯୬୨ଜଣ ସଂଗରୋଧରୁ ହୋଇଥିବା ବେଳେ ୪୩୧୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୪୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୮୫, ବାଲେଶ୍ୱର ଜିଲ୍ଲାରୁ ୪୫୭ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୦୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୦୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୨୪, କଟକରୁ ୮୪୪ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୧୨୬, ଗଂଜାମ ଜିଲ୍ଲାରେ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୨୨, ଯାଜପୁରରୁ ୧୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୦୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୨୬ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୧୪ , ଖୋର୍ଦ୍ଧାରୁ ୩୪୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୮୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨୬୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୮୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୫୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୦୪୯, ଷ୍ଟେଟ୍ ପୁଲରୁ ୭୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।