ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୦୮୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୨୨୭୩୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୨୧ ଓ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୩୯୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୧୮୦୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୦୮୫୬ ଜଣଙ୍କ ମଧ୍ୟରୁ ୬୨୯୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୫୬୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୦୮୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୦୪, ବାଲେଶ୍ୱର ଜିଲ୍ଲାରୁ ୩୨୬ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୩୮, କଟକରୁ ୯୦୯ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୧୩୫, ଗଂଜାମ ଜିଲ୍ଲାରେ ୧୩୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୨୨, ଯାଜପୁରରୁ ୨୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୪୨ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୮୪ , ଖୋର୍ଦ୍ଧାରୁ ୩୦୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୪୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୯୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୫୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୯୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୯୪୩, ଷ୍ଟେଟ୍ ପୁଲରୁ ୭୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।