
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୭୧,୨୦୨ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩୧୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫,୫୦,୩୭୭ ଥିବା ବେଳେ ବର୍ତମାନ ସୁଦ୍ଧା ୪୮୬୦୬୬ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୬୫,୪୦୪ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୬,୬୫,୪୦୪ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୭୦,୨୪,୪୮,୮୩୮ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା