ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୧୧୭୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୨୨୭୩୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୧୬ ଓ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୬୧୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୭୬୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୧୧୭୭ ଜଣଙ୍କ ମଧ୍ୟରୁ ୬୪୭୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୬୯୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୪୨୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୩୨, ବାଲେଶ୍ୱର ଜିଲ୍ଲାରୁ ୩୪୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୯୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୩୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୭୧ , କଟକରୁ ୮୨୯ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୭୩, ଗଂଜାମ ଜିଲ୍ଲାରେ ୧୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୬୪, ଯାଜପୁରରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୪୭ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୬୯ , ଖୋର୍ଦ୍ଧାରୁ ୩୪୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୫୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୫୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୪୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୮୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୩୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୧୩୬, ଷ୍ଟେଟ୍ ପୁଲରୁ ୭୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।