
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୦୪୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୪୪୪୦୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୮୨ ଓ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬୦ ହଜାର ୦୬୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୫୭୯୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୦୪୮୯ ଜଣଙ୍କ ମଧ୍ୟରୁ ୬୦୮୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୪୦୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୯୩୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୫୮, ବାଲେଶ୍ୱର ଜିଲ୍ଲାରୁ ୪୩୩ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୮୫ , କଟକରୁ ୭୮୬ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୧୦୯, ଗଂଜାମ ଜିଲ୍ଲାରେ ୯୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୦୭, ଯାଜପୁରରୁ ୧୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୫୬ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୦୫ , ଖୋର୍ଦ୍ଧାରୁ ୨୯୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୬୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୫୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୯୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୪୪୭, ଷ୍ଟେଟ୍ ପୁଲରୁ ୭୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।