
ତିରୁବନନ୍ତପୁରମ, କେରଳରେ ଗତ ୨୪ ଘଂଟାରେ ୧୮,୧୨୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୩,୮୬୪ ହୋଇ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୧୦,୧୫୦ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୦,୧୫୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬୦୯୬ ଜଣ ସୁସ୍ଥ ହୋଇଥିବା ଜଣା ପଡିଛିା
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୪,୫୭୦ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୪,୫୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୬, ୭୭୦ ହୋଇଛି ।