-
ରାଜ୍ୟ ନିର୍ବାଚନ ଆୟୋଗ କଲେ ଘୋଷଣା
ଭୁବନେଶ୍ୱର ,ପଂଚାୟତ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ବଡ଼ ଘୋଷଣା କରିଛନ୍ତି । ଏହି ଘୋଷଣା ଅନୁଯାୟୀ, ପୂର୍ବରୁ ଥିବା ମୃତ୍ୟୁ ଜନିତ ଅନୁକମ୍ପା ରାଶି ବଢ଼ାଇଯାଇଛି । ଏଣିକି ନିର୍ବାଚନ ଡ୍ୟୁଟିରେ ମୃତ୍ୟୁ ହେଲେ ୩୦ ଲକ୍ଷର ଅନୁକମ୍ପା ପ୍ରଦାନ କରା ଯିବ । । ହିଂସା, ଅସାମାଜିକଙ୍କ ଆକ୍ରମଣ ଓ ବୋମା ବିସ୍ଫୋରଣ ହେଲେ ମିଳିବ ଏହି ଅନୁକମ୍ପା । ସେହିପରି ଯଦି ଡ୍ୟୁଟିରେ ଥାଇ ଅନ୍ୟ କାରଣରୁ ମୃତ୍ୟୁ ହେଲା । ତେବେ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ମିଳିବ । ହିଂସାରେ ଯଦି ଆଖି ସମ୍ପୂର୍ଣ ନଷ୍ଟ ହୋଇଯାଏ । ତେବେ ୧୫ ଲକ୍ଷର ଅନୁକମ୍ପା ରାଶି ମିଳିବ ବୋଲି କୁହା ଯାଇଛି । ସେହିଭଳି ଡ୍ୟୁଟିରେ ଥାଇ କୋଭିଡରେ ମୃତ୍ୟୁ ହେଲେ ମିଳିବ ୩୦ ଲକ୍ଷ ।