ଭୁବନେଶ୍ୱର, ଆସନ୍ତା ୪୮ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ବୃଦ୍ଧି ଘଟିବା ସହ ଶୀତର ପ୍ରକୋପ ହ୍ରାସ ପାଇବ । ଏହି ସମୟ ମଧ୍ୟରେ ରାତି ଓ ପାହାନ୍ତା ସମୟରେ ଘନ କୁହୁଡି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଅନୁଗୁଳ, ଢ଼େଙ୍କାନାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ।
ସେହିପରି ୧୯ରୁ ୨୦ ତାରିଖ ସକାଳ ମଧ୍ୟରେ ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।