
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୧୧୦୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୫୫୪୮୭ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୬୧ ଓ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬୬ ହଜାର ୦୩୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୦୯୧୪ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୧୦୮୬ ଜଣଙ୍କ ମଧ୍ୟରୁ ୬୪୩୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୬୫୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୪୬୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୩୯, ବାଲେଶ୍ୱର ଜିଲ୍ଲାରୁ ୩୨୩ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୩୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୮୩ , କଟକରୁ ୭୬୬ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୯୩, ଗଂଜାମ ଜିଲ୍ଲାରେ ୧୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୭୩, ଯାଜପୁରରୁ ୨୭୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୩୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୫୧ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୨୨୩ , ଖୋର୍ଦ୍ଧାରୁ ୩୪୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୯୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୩୯୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୪୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୮୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୦୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୪୧୬, ଷ୍ଟେଟ୍ ପୁଲରୁ ୭୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।