
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୮୮୮ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ, କେନ୍ଦ୍ରାପଡା, କୋରାପୁଟ ଓ ସୁନ୍ଦରଗଡ ଜିଲ୍ଲାରେ ଜଣେ – ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।