
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୧୬୦୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୭୦୯୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୯୧ ଓ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୩ ହଜାର ୭୭୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୪୭୭୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୧୬୦୭ ଜଣଙ୍କ ମଧ୍ୟରୁ ୬୭୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୮୭୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୪୬୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୮୫, ବାଲେଶ୍ୱର ଜିଲ୍ଲାରୁ ୩୦୫ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୭୮ , କଟକରୁ ୮୯୮ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୮୭, ଗଂଜାମ ଜିଲ୍ଲାରେ ୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୪, ଯାଜପୁରରୁ ୨୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୨୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୮୦ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୨୧ , ଖୋର୍ଦ୍ଧାରୁ ୪୩୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୦୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୬୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୫୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୩୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୨୧୯, ଷ୍ଟେଟ୍ ପୁଲରୁ ୮୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।