
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧,୬୮୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୧୧୨ ହୋଇ ଯାଇଛି ।
କେରଳରେ ଗତ ୨୪ ଘଂଟାରେ ୨୮,୪୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୨୮,୪୮୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୪୨,୫୧୨ ହୋଇ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୬,୯୯୬ ନୂଆ ମାମଲା
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୬,୯୯୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୬,୧୦୮ ହୋଇଛି ।