ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୦୩୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୭୭୪୬୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୧୦୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୦ ହଜାର ୫୬୨ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୮୩୪୬ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୦୩୬୮ ଜଣଙ୍କ ମଧ୍ୟରୁ ୬୦୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୩୫୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୩୦୩୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୩୬, ବାଲେଶ୍ୱର ଜିଲ୍ଲାରୁ ୩୦୪ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୭୬ , କଟକରୁ ୯୪୦ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୭୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୮୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୧୦୦, ଗଂଜାମ ଜିଲ୍ଲାରେ ୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୬୫, ଯାଜପୁରରୁ ୨୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୯୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୮୩ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୨୩ , ଖୋର୍ଦ୍ଧାରୁ ୩୦୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୨୦୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୬୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୪୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୯୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୪୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୮୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୫୦୫, ଷ୍ଟେଟ୍ ପୁଲରୁ ୬୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।