ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୯୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୮୭୨୯୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୯ ହଜାର ୦୩୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୯୭୦୨ ରହିଛି ।
ଆଜି ଚିହ୍ନଟ ହୋଇଥିବା ୯୮୩୩ ଜଣଙ୍କ ମଧ୍ୟରୁ ୫୬୯୯ଜଣ ସଂଗରୋଧରୁ ହୋଇଥିବା ବେଳେ ୪୧୩୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୯୪୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୧୪, ବାଲେଶ୍ୱର ଜିଲ୍ଲାରୁ ୨୮୬ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୧୨୦ , କଟକରୁ ୭୭୪ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୪୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୯୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୮୮, ଗଂଜାମ ଜିଲ୍ଲାରେ ୬୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୫୨, ଯାଜପୁରରୁ ୨୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୯୧ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୬୮ , ଖୋର୍ଦ୍ଧାରୁ ୨୯୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୭୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୯୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୪୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୭୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୨୦୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୧୩୪, ଷ୍ଟେଟ୍ ପୁଲରୁ ୫୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।