ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୮୮୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୮୭୨୯୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯୯ ହଜାର ୪୨୩ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୮୧୫୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୮୪୫ ଜଣଙ୍କ ମଧ୍ୟରୁ ୫୧୨୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୭୧୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୫୨୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୬୦, ବାଲେଶ୍ୱର ଜିଲ୍ଲାରୁ ୨୯୦ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୯୩ , କଟକରୁ ୬୨୮ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୦୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୯୨, ଗଂଜାମ ଜିଲ୍ଲାରେ ୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୮୦, ଯାଜପୁରରୁ ୨୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୧୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୨୩୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୧୦୯ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୧୦ , ଖୋର୍ଦ୍ଧାରୁ ୨୫୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୨୦୩ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୮୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୯୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨୦୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୬୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୨୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୮୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୦୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୦୦୧, ଷ୍ଟେଟ୍ ପୁଲରୁ ୫୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।