ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦,୭୫୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧,୯୫୪ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୪୮,୦୪୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୮,୦୪୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୩,୨୩,୧୪୩ ସକ୍ରିୟ ମାମଲା ରହିଛି ।
ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୯୬୦୩ କରୋନାର ନୂଆ ମାମଲା
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୯୬୦୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫,୦୮୫ ହୋଇ ଯାଇଛି ।