
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୨,୪୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୩୦,୪୪୭ ହୋଇଛି ।
ଛତିଶଗଡରେ ଗତ ୨୪ ଘଂଟାରେ କରୋନାର ୫୬୬୧ଟି ନୂଆ ମାମଲା
ରାୟପୁର, ଛତିଶଗଡରେ ଗତ ୨୪ ଘଂଟାରେ କରୋନାର ୫୬୬୧ଟି ନୂଆ ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧,୧୮୧ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୩୦,୭୪୪ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୩୦,୭୪୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୯୪,୬୯୭ ହୋଇଛି ।