ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୭୨୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୧୧୯୫୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୯୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୨୧ ହଜାର ୦୬୮ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୧୭୬୫ ରହିଛି ।
ଆଜି ଚିହ୍ନଟ ହୋଇଥିବା ୭୨୯୧ ଜଣଙ୍କ ମଧ୍ୟରୁ ୪୨୨୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୦୬୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୨୯୪୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୮୩, ବାଲେଶ୍ୱର ଜିଲ୍ଲାରୁ ୩୪୩ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୯୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୨୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୫୫ , କଟକରୁ ୫୬୧ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୬୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୯୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୯୫, ଗଂଜାମ ଜିଲ୍ଲାରେ ୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୨୧, ଯାଜପୁରରୁ ୨୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୮୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୯୮ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୩୨ , ଖୋର୍ଦ୍ଧାରୁ ୧୭୦୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୧୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୪୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୯୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୬୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୨୯୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୬୪୬, ଷ୍ଟେଟ୍ ପୁଲରୁ ୩୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।