ଭୁବନେଶ୍ୱର ଛାତ୍ର ଛାତ୍ରୀ ମାନେ ପାଠ ପଢନ୍ତୁ, ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ । ପରୀକ୍ଷା କିଭଳି ସଠିକ୍ ଭାବେ ହେବ ସେନେଇ ପ୍ରସ୍ତୁତି ଚାଲିଛି । ଦଶମ ଓ ଦ୍ୱାଦଶ ପରୀକ୍ଷା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସାମ୍ବାଦିକ ମାନଙ୍କ ସହ କଥାବାର୍ତା ବେଳେ ଏହି ସୂଚନା ଦେଇଛନ୍ତି ।
ଶ୍ରୀ ଦାଶ କହିଛନ୍ତି ଯେ, ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ହୁଅନ୍ତୁ । କରୋନା ଗ୍ରାଫ୍ ତଳମୁହାଁ ହେଉଛି, ସ୍ଥିତିରେ ସୁଧାର ଆସୁଛି । ପରୀକ୍ଷା କିଭଳି ସଠିକ୍ ଭାବେ ହେବ ସେନେଇ ପ୍ରସ୍ତୁତି ଚାଲିଛି । ଖାସ କରି ପିଲାମାନେ ପାଠ ପଢନ୍ତୁ ଏବଂ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ । ମାଟ୍ରିକ ଫାଷ୍ଟ ସମେଟିଭ୍ ପରୀକ୍ଷା ସରିଛି । ଫଳାଫଳ ଠିକ୍ ସମୟରେ ବାହାରିବ ବୋଲି ସେ ପ୍ରକାଶ କରିଛନ୍ତି ।