
ଭୁବନେଶ୍ୱର, ରାଜ୍ୟକୁ ପୁଣି ଫେରିବ ଶୀତ ଲହରୀ । ୨୮ ତାରିଖରୁ ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଲହରୀ ଲାଗି ରହିବ । ଓଡିଶା ମଧ୍ୟକୁ ୨୬ ଜାନୁଆରୀ ଠାରୁ ଉତର-ପଶ୍ଚିମ ଦିଗରୁ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବାହ ଶକ୍ତିଶାଳୀ ହେଉଥିବାରୁ ୨୮-୨୯ ତାରିଖରେ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଲହରୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଅପରପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାକୁ କୁହୁଡ଼ି ପାଇଁ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ଘନ କୁହୁଡି ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ଦକ୍ଷିଣ ଉପକୂଳ ଓଡ଼ିଶା, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି ।
ଜାନୁଆରୀ ୨୬ରୁ ୨୭ ତାରିଖ ମଧ୍ୟରେ କନ୍ଧମାଳ, ଗଞ୍ଜାମ, ଗଜପତି,ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜାନୁଆରି ୨୮ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ଶୀତ ଲହରି ପ୍ରଭାବିତ ହେବ । ସେଥିପାଇଁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।