
ଭୁବନେଶ୍ୱର, ଯାଜପୁର ଜିଲ୍ଲା ୨୯ ନମ୍ବର ଜୋନ ବିଜେପି ପ୍ରାର୍ଥୀ ଭାସ୍କର ଚନ୍ଦ୍ର ଜେନାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଯାଇଛି । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଶୃଙ୍ଖଳା ଭଙ୍ଗ କାରଣରୁ ତାଙ୍କୁ ନିଲମ୍ବନ କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ।