
ଭୁବନେଶ୍ୱର,ରାଜ୍ୟରେ କରୋନା ସଂକ୍ରମିତ ଆଉ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୫୩୨ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା ଜିଲ୍ଲାରେ ଜଣେ – ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।