ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫୮୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୧୭୮୪୨ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୮୫୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୩୧ ହଜାର ୯୧୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୭୩୪୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୮୯୧ ଜଣଙ୍କ ମଧ୍ୟରୁ ୩୪୧୩ଜଣ ସଂଗରୋଧରୁ ହୋଇଥିବା ବେଳେ ୨୪୭୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୫୦୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୦୬, ବାଲେଶ୍ୱର ଜିଲ୍ଲାରୁ ୨୩୪ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୯୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୯୩ , କଟକରୁ ୪୮୨ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୬୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୩୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୯୬, ଗଂଜାମ ଜିଲ୍ଲାରେ ୭୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦୮, ଯାଜପୁରରୁ ୨୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୮୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୭୩ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୩୭ , ଖୋର୍ଦ୍ଧାରୁ ୧୫୦୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୧୨୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୨୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୯୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୦୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୨୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫୦୧, ଷ୍ଟେଟ୍ ପୁଲରୁ ୨୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।