
-
ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା
ନୂଆଦିଲ୍ଲୀ, ମହାରାଷ୍ଟ୍ରରେ ସେଲସୁରା ସଡକ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକ ମାନଙ୍କର ସମ୍ପର୍କୀୟଙ୍କୁ 2-2 ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ ମଙ୍ଗଳବାର ଦିନ ଟୁଇଟ୍ କରି କୁହାଯାଇଛି ଯେ ଏହି ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ମହାରାଷ୍ଟ୍ରର ସେଲସୁରା ନିକଟରେ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ମୋତେ ଆଘାତ ଦେଇଛି। ଦୁଃଖର ଏହି ସମୟରେ , ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ମୋର ସମବେଦନା | ମୁଁ ପ୍ରାର୍ଥନା କରୁଛି ଯେଉଁମାନେ ଆହତ ହୋଇଛନ୍ତି ସେମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ |
ଏକ ଅନ୍ୟ ଟ୍ୱିଟରେ ପ୍ରଧାନମନ୍ରୀା କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ଯେ ସେଲସୁରା ନିକଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରତ୍ୟେକଙ୍କୁ ଦୁଇ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ 50 ହଜାର ଦିଆଯିବ |