ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫୯୦୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୩୧୧୬୯ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୫୨ ହଜାର ୨୩୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୩୨୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୯୦୧ ଜଣଙ୍କ ମଧ୍ୟରୁ ୩୪୧୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୪୮୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୪୩୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୯୩ , ବାଲେଶ୍ୱର ଜିଲ୍ଲାରୁ ୩୦୦ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୧୦୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୯୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୮୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୭୮ , କଟକରୁ ୪୦୨ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୮୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୬୯, ଗଂଜାମ ଜିଲ୍ଲାରେ ୯୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୨, ଯାଜପୁରରୁ ୧୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୬୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୮୬ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୧୨୮ , ଖୋର୍ଦ୍ଧାରୁ ୧୪୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୬୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୮୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୮୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧୧୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୮୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫୪୫, ଷ୍ଟେଟ୍ ପୁଲରୁ ୨୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।