ଭୁବନେଶ୍ୱର,ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୫୬୦ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୫୬୦ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେହିପରି ଭଦ୍ରକ, ଢେଂକାନାଳ. ଜଗତସିଂହପୁର, ଯାଜପୁର, ମୟୁରଭଂଜ, ପୁରୀ ଓ ରାୟଗଡା ଜିଲ୍ଲାରେ ଜଣେ – ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।