ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫୦୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୩୬୨୨୬ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୭୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୬୩ହଜାର ୩୯୬ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୪୨୧୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୫୦୫୭ ଜଣଙ୍କ ମଧ୍ୟରୁ ୨୯୩୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୧୨୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୧୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୧୦ , ବାଲେଶ୍ୱର ଜିଲ୍ଲାରୁ ୨୦୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୯୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୩୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୪୪ , କଟକରୁ ୪୯୫ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୫୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୬୮, ଗଂଜାମ ଜିଲ୍ଲାରେ ୬୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୨୫, ଯାଜପୁରରୁ ୧୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୮୪ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୪୯ , ଖୋର୍ଦ୍ଧାରୁ ୧୧୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୭୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୧୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୯୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୯୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୪୨୯, ଷ୍ଟେଟ୍ ପୁଲରୁ ୨୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।