ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୮୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୪୧୦୬୮ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୭୩ ହଜାର ୯୦୭ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୫୩୩ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୮୪୨ ଜଣଙ୍କ ମଧ୍ୟରୁ ୨୮୦୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୦୩୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୨୫୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୧୦୪ , ବାଲେଶ୍ୱର ଜିଲ୍ଲାରୁ ୧୬୯ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୧୦୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୨୮ , କଟକରୁ ୪୪୩ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୮୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୬୫, ଗଂଜାମ ଜିଲ୍ଲାରେ ୫୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯୬, ଯାଜପୁରରୁ ୧୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୮୦ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୬୯ , ଖୋର୍ଦ୍ଧାରୁ ୧୨୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୨୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨୧୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୪୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୭୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୧୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୪୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୫୯, ଷ୍ଟେଟ୍ ପୁଲରୁ ୨୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।