
ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୪୮୪୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୪୫୯୧୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୬୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୮୪ ହଜାର ୧୭୪ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୦୯୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୮୪୩ ଜଣଙ୍କ ମଧ୍ୟରୁ ୨୮୧୫ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୦୨୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୧୦୨୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୫୮ , ବାଲେଶ୍ୱର ଜିଲ୍ଲାରୁ ୧୫୨ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୬୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୪୯ , କଟକରୁ ୩୭୯ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୬୨, ଗଂଜାମ ଜିଲ୍ଲାରେ ୬୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦୦, ଯାଜପୁରରୁ ୧୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୬୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୫୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୫୨ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୮୧ , ଖୋର୍ଦ୍ଧାରୁ ୧୦୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୫୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୧୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୯୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୬୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୭୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୯୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭୩୫, ଷ୍ଟେଟ୍ ପୁଲରୁ ୧୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।