ଭୁବନେଶ୍ୱର,ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬୧୨ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬୧୨ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଯାଜପୁର ଓ ଗଂଜାମ ଜିଲ୍ଲାରେ ୩-୩ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଜଗତସିଂହପୁର ୨ ଜଣଙ୍କର ମୃତ୍ୟୁ ଘଟିଛି । ଭଦ୍ରକ, କଟକ, ଢେଂକାନାଳ, କେନ୍ଦୁଝର, ନୟାଗଡ ଓ ପୁରୀ ଜିଲ୍ଲାରେ ଜଣେ – ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।