ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୩୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୪୯୨୪୦ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ କମ ୫୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୯୩ ହଜାର ୩୬୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୨୧୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୩୩୨୯ ଜଣଙ୍କ ମଧ୍ୟରୁ ୧୯୩୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୩୯୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧାରୁ ସବୁଠାରୁ ଅଧିକ ୬୪୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ଜିଲ୍ଲାରୁ ୮୫ , ବାଲେଶ୍ୱର ଜିଲ୍ଲାରୁ ୧୪୧ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ ଜିଲ୍ଲାରୁ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ ଜିଲ୍ଲାରୁ ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୬୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା ବୌଦ୍ଧ ଜିଲ୍ଲାରୁ ୪୯ , କଟକରୁ ୨୯୩ ସଂକ୍ରମିତ ହୋଇଛନ୍ତି । ଦେବଗଡ ଜିଲ୍ଲାରୁ ୬୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୬୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି ଜିଲ୍ଲାରୁ ୬୪, ଗଂଜାମ ଜିଲ୍ଲାରେ ୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୭୦, ଯାଜପୁରରୁ ୯୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଜିଲ୍ଲାରୁ ୭୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ୧୦୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା କନ୍ଧମାଳ ଜିଲ୍ଲାରୁ ୪୩ ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କେନ୍ଦୁଝରରୁ ୨୧ , ଖୋର୍ଦ୍ଧାରୁ ୬୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କୋରାପୁଟ ଜିଲ୍ଲାରୁ ୫୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲାରୁ ୧୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୯୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୧୨୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୧୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୫୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାରୁ ୬୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୨୩୭, ଷ୍ଟେଟ୍ ପୁଲରୁ ୧୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।