ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬୨୯ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ରାଜ୍ୟରେ ଆଉ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ କରୋନା କାରଣରୁ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬୨୯ ହୋଇ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରୁ ସର୍ବାଧିକ ୪ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅପରପକ୍ଷରେ ପୁରୀ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ ମୃତକ ଅଛନ୍ତି । ଏଣେ ଅନୁଗୁଳ, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ଜଗତସିଂହପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବାର ସୂଚନା ମିଳିଛି