ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କୁ ତାଙ୍କର ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏକ ଟୁଇଟ୍ରେ କହିଛନ୍ତି ଯେ ଆସାମର ଉର୍ଜାବାନ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବଶର୍ମାଙ୍କୁ ଜନ୍ମଦିନର ଶୁଭେଚ୍ଛା। ଆସାମର ଲୋକଙ୍କ ସେବା କରିବା ତଥା ରାଜ୍ୟର ବିକାଶ ପାଇଁ ସେ ପ୍ରଶଂସନୀୟ ଉଦ୍ୟମ କରୁଛନ୍ତି। ଲୋକଙ୍କ ସେବାରେ ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି ।