
ଭୁବନେଶ୍ୱର, କବି ପ୍ରମୋଦ କୁମାର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରିଛନ୍ତି ଯେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ କବି ପ୍ରମୋଦ କୁମାର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।